୬ ନଭେମ୍ବର ୨୦୨୦ କେମିତି କଟିବ ଆଜିର ଦିନ ଆପଣଙ୍କ ପାଇଁ । ଏହି ୩ ରାଶି ରେ ମାଗଣା ଧନ ଲାଭର ଯୋଗ ରହିଛି

ମେଷ-
ଆଜି ଅଫିସ୍ କାର୍ଯ୍ୟରେ ଅତ୍ୟଧିକ କାର୍ଯ୍ୟ ହେତୁ ଆପଣଙ୍କ ଜୀବନସାଥୀ ସହିତ ଆପଣଙ୍କର ସମ୍ପର୍କ ତିକ୍ତ ହୋଇପାରେ | ପ୍ରେମ ସର୍ବଦା ଅନ୍ତରଙ୍ଗ ଅଟେ ଏବଂ ଆଜି ଆପଣ ଏହା ଅନୁଭବ କରିବେ | ନିଜକୁ ପ୍ରକାଶ କରିବାକୁ ଏକ ଭଲ ସମୟ – ଏବଂ ଏହିପରି ଏକ ପ୍ରୋଜେକ୍ଟରେ କାମ କରିବା ଆପଣ ଘରେ ପାର୍ଥକ୍ୟର ପରିସ୍ଥିତି ସୃଷ୍ଟି କରିପାରିବେ | ତୁମ ବକ୍ତବ୍ୟରେ ସଂଯମତା କରିବାକୁ ପରାମର୍ଶ ଦିଆଯାଇଛି | ଟଙ୍କା ଦୃଷ୍ଟିରୁ ଆଜି ଏକ ମହଙ୍ଗା ଦିନ ହେବ | ଟିକିଏ କଠିନ ପରିଶ୍ରମ ବଡ ଲାଭ ଆଣିପାରେ |ନିଜ ଉପରେ ନିୟନ୍ତ୍ରଣ ରଖି ଏହାର ଆରମ୍ଭ କରନ୍ତୁ । ସଠିକ୍ ସମୀକ୍ଷା ଦ୍ୱାରା ଆପଣଙ୍କୁ ସହାଯ୍ୟ ମିଳିବ ।

ବୃଷ –
ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତ ପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ବାତାବରଣ ଜାରି ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ।

ମିଥୁନ –
ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବା ସହ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ବିଶେଷ ଲାଭବାନ୍ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍।

ସିଂହ –
ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ସୁଖ ସମ୍ପନ୍ନତା ଲାଭ ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ।  ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ।  ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ସ୍ଥାନାନ୍ତର ହେବାକୁ ଚାହୁଁଥିଲେ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ –
କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗୃହ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ।

କନ୍ୟା –
ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଆନନ୍ଦିତ ହେବେ।

ତୁଳା –
ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ। ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର  ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ଜାଗାଜମି, ଗୃହ ଉପକରଣ କ୍ରୟ ନକରିବା ଉଚିତ୍।

ବିଛା –
ଶୁଭ ସମ୍ବାଦପାଇ ଖୁସିହେବା ସହ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। କର୍ମକ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବା ଫଳରେ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ପ୍ରତିଯୋଗୀତା ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର  ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ଧନୁ – ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପରିବାରରେ ମାନସିକ ଶାନ୍ତି ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ପାରେ।

ମକର –
ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ -ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ।  ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ବିଦ୍ୟାର୍ଥୀ ମାନଙ୍କର ଚିନ୍ତା ଭାବନା ଦୂର ହୋଇଯିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।

ମିନ -ସାମାଜିକ ପତିଆରା ଅମଳିନ ରହିବ। କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଯୋଗେ ଉପରିସ୍ଥଙ୍କ ଶ୍ରଦ୍ଧା ଓ କୃପାଭାଜନ ହେବେ। ଆର୍ଥିକ ସ୍ଥିତିରେ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଲୋକ ସମ୍ପର୍କରେ ଉନ୍ନତି ହେବ।

Leave a Reply

Your email address will not be published. Required fields are marked *